ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ। ଗଂଜାମ ଜିଲ୍ଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରୁପୁରରେ ପ୍ରାର୍ଥୀପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ନବୀନ ତାରା ତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ୧୧ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ତାରା ତାରିଣୀ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି।
ସେହିପରି ୧୨ଟା ୩୫ ମିନିଟରେ ଛତ୍ରୁପୁରସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନ ପତ୍ର ଦାଖଲ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା ଭି.କେ ପାଣ୍ଡିଆନ୍ ଉପସ୍ଥିତ ରହିବେ। ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳି ସହିତ କଂଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଗତ ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଥିଲେ। ସେଦିନ ସେ ଶେରଗଡ଼ରେ ମଧ୍ୟ ଜନସଭାକୁ ସମ୍ବୋଧିତ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/01/Naveen.jpeg)