ଆଜି ଆସିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହେବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ। ପୂର୍ବାହ୍ନ ୧୧ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ବିମାନବନ୍ଦରରୁ ଏକ ପଟୁଆରରେ ବିଜେପି କର୍ମୀମାନେ ତାଙ୍କୁ ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ଆଣିବେ। ସମ୍ବର୍ଧନା ଲାଗି ବିଜେପି କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି ବୋଲି ବିଜେପି ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା କହିଛନ୍ତି।

ସମ୍ବନ୍ଧିତ ଖବର