ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ

Advertisment
ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ରାତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଭେଟିଛନ୍ତି। ନବୀନ ନିବାସରେ କେସିଆର ରାଓ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଛନ୍ତି। କେସିଆର ରାଓ ଆଜି ନବୀନ ନିବାସରେ ରାତ୍ରିଯାପନ କରି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶଖର ରାଓ (କେସିଆର) ଆଜି ଅପରାହ୍ନରେ ସପରିବାର ସହ ଭୁବନେଶ୍ୱରରେ ପହଂଚିଛନ୍ତି। ବିଶାଖାପାଟଣାରୁ ଏକ ସ୍ୱତନ୍ତ୍ର ବିମାନରେ ସେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ।

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। କେସିଆର ସୋମବାର ପୁରୀ ଯାଇ ଶ୍ରୀଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ସନ୍ଧ୍ୟାରେ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାତ୍ରା କରିବେ। କୋଲକତାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe