ଦଳୀୟ ସମର୍ଥନ ଓ ବାଇକ ରାଲି ପରେ ନାମାଙ୍କନ ଦାଖଲ କଲେ ହେଭିେଓ୍ଵଟ୍‌ ନେତା

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାରେ ଏପ୍ରିଲ ୧୧ରେ ରାଜ୍ୟରେ ଭୋଟ ଗ୍ରହଣ ହେବ। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଘଷିପୁରା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ମଧ୍ୟ ଆଜି ନାମାଙ୍କନ ଦାଖଲ କରିଛନ୍ତି। କଟକ-ବାରବାଟୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ନାମାଙ୍କନ ପତ୍ର ଦାଖଲ ପାଇଁ ପ୍ରାର୍ଥୀମାନେ ପଟୁଆର ବାହାର କରିଛନ୍ତି। ସେମାନେ ନିଜ ନିଜର ସମର୍ଥକଙ୍କ ସହ ଶକ୍ତି ପ୍ରଦର୍ଶନ କରି ନାମାଙ୍କନ ଦାଖଲ କରିବାକୁ ବାହାରି ଥିଲେ। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଘସିପୁରା ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଏକ ବିଶାଳ ଶୋଭାଯାତ୍ରାରେ ନାମାଙ୍କନ ଭରିବାକୁ ପହଂଚିଥିଲେ। ଏକ ବିରାଟ ଶୋଭାଯାତ୍ରାରେ ବାହାରି ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ମଧ୍ୟ ନାମାଙ୍କନ ଭରିଛନ୍ତି।

ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ପରିଚନ୍ଦନ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି। ପୁରୀ ଲୋକସଭା ପ୍ରାର୍ଥୀ ସତ୍ୟ ପ୍ରକାଶ ନାୟକ ମଧ୍ୟ ବାଇକ୍‌ ରାଲିରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି । କଟକ-ବାରବାଟୀ ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍‌ ଦାଖଲ କରିଛନ୍ତି ପ୍ରାର୍ଥୀ ପତ୍ର। ମୋକିମ୍‌ ଶହଶହ କଂଗ୍ରେସ କର୍ମୀଙ୍କ ସହ ରାଲିରେ ଆସିଥିଲେ।

Twitter

ଅନ୍ୟପଟେ କଟକ-ବାରବାଟୀ ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଆଜି ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ ବେଳେ ଦେବାଶିଷଙ୍କ ସାଥୀରେ ଶତାଧିକ ନେତା ଓ କର୍ମୀ ଥିଲେ। ଅଭିନେତାରୁ ନେତା ବନିଥିବା ଅରିନ୍ଦମ ରାୟ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି। ସେହିପରି ଭୁବନେଶ୍ୱର କେନ୍ଦ୍ରରୁ ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଜି ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ମଙ୍ଗଳବାର ବିଧାନସଭା ଆସନ ପାଇଁ ୭୧ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ମୋଟ୍‌ ୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୧୦୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୬ଟି ଲୋକସଭା ଆସନ ପାଇଁ ୧୯ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସମ୍ବନ୍ଧିତ ଖବର