Nuapada Election: ‘ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତି ନୂଆପଡ଼ାବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି’

ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବୃହତ୍‌ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି।

Mohan Majhi

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍‌ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୋହନ ଚରଣ ମାଝୀ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। 

ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ

ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଦର୍ଶନ ଏବଂ ବିଜୟ ହାସଲ ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି ବିଜୟ ଆମ ସରକାରଙ୍କ ନୀତି, ଆଦର୍ଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରତି ଜନସାଧାରଣଙ୍କ ସମ୍ପୂର୍ଣ୍ଣ ଆସ୍ଥା ଓ ବିଶ୍ୱାସକୁ ପ୍ରମାଣିତ କରୁଛି। ନୂଆପଡ଼ାବାସୀ ବିରୋଧୀ ଦଳମାନଙ୍କର ଅପପ୍ରଚାର ଓ ମିଥ୍ୟା ପ୍ରତିଶ୍ରୁତିକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବିକାଶକୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ମୁଁ ନୂଆପଡ଼ାର ପ୍ରତ୍ୟେକ ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବାସହ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଶ୍ରୀ ଜୟ ଢୋଲକିଆଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହା ସହ, ଏହି ବିଶାଳ ବିଜୟ ପାଇଁ ମୁଁ ଆମ ଦଳର ମାନ୍ୟବର ରାଜ୍ୟ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ, ମାନ୍ୟବର ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ ତଥା ଦଳର ଦେବଦୁର୍ଲଭ କାର୍ଯ୍ୟକର୍ତ୍ତାମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି।

ଆହୁରି ପଢ଼ନ୍ତୁ: Nuapada Election: ନୂଆପଡ଼ା ନିର୍ବାଚନ: ବଡ଼ ବ୍ୟବଧାନରେ ବିଜେପି ବିଜୟୀ

ମୋଦୀଜୀଙ୍କ ନେତୃତ୍ୱ ବିକାଶର ଏକମାତ୍ର ପରିଭାଷା

ଆଜି ଆମ ଦେଶରେ ମୋଦୀଜୀଙ୍କ ନେତୃତ୍ୱ ହେଉଛି ବିକାଶର ଏକମାତ୍ର ପରିଭାଷା। ତାଙ୍କ ଆଦର୍ଶ ଓ ମାର୍ଗଦର୍ଶନରେ ଆମ ସରକାର ଗତ ପ୍ରାୟ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରି ଚାଲିଛି। ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି। ଆମେ ନୂଆପଡ଼ାର ବିକାଶ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଏବଂ ଆପଣମାନଙ୍କ ସହଯୋଗରେ ଆମେ ସମୃଦ୍ଧ ନୂଆପଡ଼ା ଓ ସମୃଦ୍ଧ ଓଡ଼ିଶା ଗଠନରେ ନିଶ୍ଚୟ ସଫଳ ହେବା।

ଆହୁରି ପଢ଼ନ୍ତୁ: Nuapada Election: ନୂଆପଡ଼ା ନିର୍ବାଚନରେ ହାରିଗଲା ହାତୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe