ଆସନ୍ତାକାଲି ନିର୍ବାଚନ ପ୍ରଚାରରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ

Advertisment
ଲକ୍‌ଡାଉନର ସମୟ : ଏକତା, ସଂଯମ ଓ ନେତୃତ୍ୱ

Mid-Day

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ ନିର୍ବାଚନ ପ୍ରଚାର ପାଇଁ ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ରାଜନାଥ ସିଂହ ଗୁରୁବାର ପୂର୍ବାହ୍ଣ ୧୦ଟା ୩୦ରେ ଯାଜପୁର ଜିଲ୍ଲାର ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋବିନ୍ଦବାଟି ପଡ଼ିଆ ଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।

ଏହା ପରେ ସେ ପୂର୍ବାହ୍ଣ ୧୧ଟା ୪୫ରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଏବଂ ଅପରାହ୍ଣ ୧ଟା ୩୦ରେ ପୁରୀ ଜିଲ୍ଲାର ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପ ବ୍ଲକର ନିଗମାନନ୍ଦ ହାଇସ୍କୁଲ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ। ରାଜନାଥଙ୍କ ଓନିଶା ଗସ୍ତ ନେଇ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ତୃତୀୟ ପର୍ଯ୍ୟାୟର ନିର୍ବାଚନ ପାଇଁ ମତଦାନ ଶେଷ ହୋଇ ହେବା ପରେ ରାଜନୈତିକ ନେତାମାନେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତ ଚଳାଇଛନ୍ତି। ଚତୁର୍ଥ ପର୍ଯ୍ୟାୟରେ ଏପ୍ରିଲ ୨୯ରେ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଂଜ ଲୋକସଭା ଆସନ ଏବଂ ଏହାର ଅନ୍ତଗର୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe