ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ‘ଜନତା କର୍ଫ୍ୟୁ’କୁ ଓଡ଼ିଶାର ଜନସାଧାରଣ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଘୋଷିତ ୫ଟି ଜିଲ୍ଲା ଓ ୮ଟି ସହରର ‌‘ଲକ୍‌ ଡାଉନ୍‌’କୁ ଅନୁରୂପ ଭାବେ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରିଛନ୍ତି।

ସେହି‌ପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏପରି ସଙ୍ଗୀନ ସମୟରେ ଦେଶବାସୀ ଏକାଠି ହୋଇ କରୋନା ମୁକାବିଲା କରୁଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ସମୟୋପଯୋଗୀ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଛନ୍ତି।

ସମ୍ବନ୍ଧିତ ଖବର