ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ପୂର୍ବାହ୍ନ ୧୦ଟା ୪୫ରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ରାଜ୍ୟପାଳ ଏସ୍.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଛନ୍ତି। ପରେ ବିମାନବନ୍ଦର ପରିସରରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛିି। ସେଠାରୁ ସେ କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟ ଦେଖିବା ସହିତ ତୁଳସୀପୁରସ୍ଥିତ ‘ଆନନ୍ଦ ଭବନ ସଂଗ୍ରହାଳୟ ଓ ଜ୍ଞାନ କେନ୍ଦ୍ର’କୁ ଜାତି ଉଦ୍ଦେଶ୍ୟରେ ଉତ୍ସଗୀକୃତ କରିବା ପାଇଁ ସଡ଼କପଥରେ କଟକ ଅଭିମୁଖେ ଯାତ୍ରା କରିଛନ୍ତି। ଅପରାହ୍ନରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ବକ୍ତତା ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ଓ ସେଠାରୁ ହେଲିକପଟରରେ ପୁରୀ ଯାଇ ସର୍କିଟ ହାଉସ୍ରେ ରାତ୍ରୀ ଯାପନ କରିବେ।
/sambad/media/post_attachments/wp-content/uploads/2018/03/President-Rout-Map_Day-1_Infographics_2.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/03/President-Rout-Map_Day-1_Infographics_1-1.jpg)