ଚଣ୍ଡିଗଡ଼ : ଚଣ୍ଡିଗଡ଼ରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ୩୧ତମ ମ୍ୟାଚରେ ପଞ୍ଜାବ କିଙ୍ଗସ୍ ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୧୧ ରନରେ ଅଲଆଉଟ୍ ହୋଇଯାଇଛି । ଫଳରେ କୋଲକାତା ନାଇଟରାଇଡର୍ସ ଆଗରେ ୧୧୨ ରନର ଲକ୍ଷ୍ୟ ରହିଛି ।
ଏହି ମ୍ୟାଚରେ ପଞ୍ଜାବ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳପକ୍ଷରୁ ପ୍ରିୟାଂଶ ଆର୍ଯ୍ୟା ଓ ପ୍ରଭସିମରନ ବିସ୍ଫୋରକ ବ୍ୟାଟିଂ ଆରମ୍ଭ କରି ଏକ ଭଲ ଆରମ୍ଭ ଦେଇଥିଲେ । ପ୍ରିୟାଂଶ ୨୨ ରନ ଓ ପ୍ରଭସିମରନ ୩୦ ରନ କରିଥିଲେ । କିନ୍ତୁ ଏହି ଦୁଇ ବ୍ୟାଟ୍ସମ୍ୟାନ ଆଉଟ ହେବା ପରେ ଦଳର ବିପର୍ଯ୍ୟୟ ଆରମ୍ଭ ହୋଇଥିଲା । ଅଧିନାୟକ ଶ୍ରେୟାସ ଆୟର ଖାତା ଖୋଲିପାରିନଥିଲେ । ଶଶାଙ୍କ ସିଂ ୧୮ ରନ କରିଥିଲେ । ସେହିପରି ଜାଭିଏର ବାରଲେଟ୍ ୧୧ ରନ କରିଥିଲେ । କୋଲକାତା ପକ୍ଷରୁ ହର୍ଷିତ ରାଣା ୩ଟି ଓ୍ବିକେଟ ନେଇଥିବାବେଳେ ବରୁଣ ଚକ୍ରବର୍ତ୍ତି ଓ ସୁନୀଲ ନାରାୟଣ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ।