ଜୟପୁର : ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୩ର ୨୬ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆଗରେ ୧୫୫ରନର ବିଜୟ ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପରଜାୟାଣ୍ଟସ ।
ଏହି ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୫୪ ରନ କରିଥିଲା । ଦଳର ଦୁଇ ଓପନର ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । କାଇଲ ମେୟର୍ସ ୫୪ ରନ କରିଥିବାବେଳେ କେଏଲ ରାହୁଲ ୩୯ରନ କରିଥିଲେ । ଉଭୟ ପ୍ରଥମ ଓ୍ବିକେଟ ଯୋଡ଼ିରେ ୮୪ରନ କରିଥିଲେ । କିନ୍ତୁ ଦୁଇ ଓପନର ଆଉଟ ହେବା ପରେ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁଁ ଦଳର ରନଗତି ଧିମେଇ ଯାଇଥିଲା । ମଧ୍ୟକ୍ରମ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ନିକୋଲାସ ପୁରନ ୨୮ରନ ଓ ମାର୍କସ ଷ୍ଟୋଇନିସ ୨୧ରନ କରିଥିଲେ ।
ରାଜସ୍ଥାନ ପକ୍ଷରୁ ରବିଚନ୍ଦ୍ରନ ଅଶ୍ବୀନ ୨ଟି ଓ୍ବିକେଟ ନେଇଥିବାବେଳେ ଟ୍ରେଣ୍ଟ ବୋଲଟ, ସନ୍ଦୀପ ଶର୍ମା ଓ ଜାସନ ହୋଲଡର ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।
ଚଳିତ ଆଇପିଏଲରେ ରାଜସ୍ଥାନ ଓ ଲକ୍ଷ୍ନୌ ଦଳ ଚମତ୍କାର ପ୍ରଦର୍ଶନ କରିଚାଲିଛନ୍ତି । ରାଜସ୍ଥାନ ପଏଣ୍ଟ ଟେବୁଲର ପ୍ରଥମ ସ୍ଥାନରେ ଥିବାବେଳେ ଲକ୍ଷ୍ନୌ ୨ୟ ସ୍ଥାନରେ ରହିଛି ।