ଆଇପିଏଲ : ବୁମରାଙ୍କ ଘାତକ ବୋଲିଂ, ମୁମ୍ବାଇ ଆଗରେ ୧୬୬ରନର ବିଜୟ ଲକ୍ଷ୍ୟ ରଖିଲା କୋଲକାତା

ମୁମ୍ବାଇ  : ମୁମ୍ବାଇର ଡ.ଡି.ଓ୍ବାଇ.ପାଟିଲ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ-୨୦୨୨ର ୫୬ତମ ମ୍ୟାଚରେ ମୁମ୍ବାଇ ଆଗରେ ୧୬୬ ରନର ବିଜୟ ଲକ୍ଷ୍ୟ ରଖିଛି କୋଲକାତା ।

ଏହି ମ୍ୟାଚରେ ମୁମ୍ବାଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା  କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୬୫ ରନ କରିଥିଲା । ଦଳର ଦୁଇ ଓପନର ଭେଙ୍କଟେଶ ଆୟର ଓ ଅଜିଙ୍କ୍ୟ ରାହାଣେ ପ୍ରଥମ ଓ୍ବିକେଟ ଯୋଡ଼ିରେ ୬୦ ରନ କରି ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । ଆୟର ୪୩ ରନ କରି ଆଉଟ ହେବା ପରେ ଆସିଥିବା ନିତିଶ ରାଣା ମଧ୍ୟ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେଇଥିଲେ । କିନ୍ତୁ ପ୍ରଥମ ତିନିଜଣ ବ୍ୟାଟ୍ସମ୍ୟାନ ଆଉଟ ହେବା ପରେ ଦଳର ମଧ୍ୟକ୍ରମ ଓ ନିମ୍ନକ୍ରମ ଶୋଚନୀୟଭାବେ ବିଫଳ ହୋଇଥିଲା । କେବଳ ରିଙ୍କୁ ସିଂ ୨୩ ରନ କରିଥିଲେ । ମୁମ୍ବାଇ ପକ୍ଷରୁ ଯଶପ୍ରୀତ ବୁମରା ୧୦ ରନ ଦେଇ ୫ଟି ଓ୍ବିକେଟ ନେଇଥିଲେ ।

 

ସମ୍ବନ୍ଧିତ ଖବର