India vs Australia : ଅଷ୍ଟ୍ରେଲିଆ ଆଗରେ ୧୬୮ ରନର ଲକ୍ଷ୍ୟ ରଖିଲା ଭାରତ

ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆ ଆଗରେ ୧୬୮ ରନର ଲକ୍ଷ୍ୟ ରଖିଛି ଭାରତ । ଭାରତ ପକ୍ଷରୁ ଶୁବମନ ଗିଲ ୪୬ ରନ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ନାଥନ ଏଲିସ୍ ଓ ଆଡାମ ଜାମ୍ପା ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ । 

Subman Gill

Subman Gill

India vs Australia : କ୍ବିନ୍ସଲାଣ୍ଡ : କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆ ଆଗରେ ୧୬୮ ରନର ଲକ୍ଷ୍ୟ ରଖିଛି ଭାରତ ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୬୭ ରନ କରିଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ଓ ଶୁବମନ ଗିଲ୍ ପ୍ରଥମ ଓ୍ବିକେଟ ଯୋଡ଼ିରେ ୫୧ ରନ କରି ଏକ ଭଲ ମୂଳଦୁଆ ପକାଇଥିଲେ । ଶର୍ମା ୨୮ ରନ ଓ ଗିଲ୍ ୪୬ ରନ କରିଥିଲେ ।

ଅଧିକପଢ଼ନ୍ତୁ:ବାପାଙ୍କ ସହ ଚା’ ପିଇ ଖେଳିବାକୁ ଯାଇଥିବା ପୁଅର ଖେଳ ପଡ଼ିଆରେ ଉଡ଼ିଗଲା ପ୍ରାଣବାୟୁ

ସେହିପରି ଶିବମ ଦୁବେ ୨୨ ଓ ସୂର୍ଯ୍ୟକୁମାର ଯାଦବ ୨୦ ରନ କରିଥିଲେ । ମାତ୍ର ତିଳକ ବର୍ମା ଓ ଜିତେଶ ଶର୍ମା ଯଥାକ୍ରମେ ୫ ଓ ୩ ରନ କରି ବିଫଳ ହୋଇଥିଲେ । ତେବେ ଅକ୍ଷର ପଟେଲ ୧୧ଟି ବଲରୁ ୨୧ ରନ କରି ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ନାଥନ ଏଲିସ୍ ଓ ଆଡାମ ଜାମ୍ପା ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ । 

ଆହୁରି ପଢନ୍ତୁ : Convoy Attacked Lakhisarai: ଉପମୁଖ୍ୟମନ୍ତ୍ରୀଙ୍କ convoy ଉପରକୁ ଚପଲ ଓ ପଥରମାଡ଼

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe