ଆଇପିଏଲ : ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍

ବେଙ୍ଗାଲୁରୁ : ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୩ର ୨୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ।

ଏହି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ଦଳ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୭୪ ରନ କରିଥିଲା । ଦଳ ପକ୍ଷରୁ ବିରାଟ କୋହଲି ୫୦ ରନ କରିଥିବାବେଳେ ଅନ୍ୟମାନେ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ । ମହୀପାଲ ଲୋମରୋର ୨୬ରନ କରିଥିବାବେଳେ ଗ୍ଲେନ ମାକ୍ସଓ୍ବେଲ ୨୪ରନ କରିଥିଲେ । ସେହିପରି ଫାଫ୍ ଡୁପ୍ଲେସିସ ୨୨ରନ, ଶାହବାଜ ଅଦମ୍ମଦ ୨୦ ରନ କରିଥିଲେ । ତେବେ ଦିନେଶ କାର୍ତ୍ତିକ ପୁଣି ବିଫଳ ହୋଇଥିଲେ । ସେ ଖାତା ଖୋଲିପାରିନଥିଲେ । ତାଙ୍କର ଖରାପ ଫର୍ମ ଦଳ ପାଇଁ ଚିନ୍ତାର କାରଣ ହୋଇଛି । ଦିଲ୍ଲୀ ପକ୍ଷରୁ ମିଚେଲ ମାର୍ସ ଓ କୁଲଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ଆଜିର ୨ୟ ମ୍ୟାଚରେ ପଂଜାବ କିଙ୍ଗସକୁ ଭେଟିବ ଲକ୍ଷ୍ନୌ ସୁପର ଜାୟାଣ୍ଟସ ।

ସମ୍ବନ୍ଧିତ ଖବର