ଆଇପିଏଲ : ଦିଲ୍ଲୀ ଆଗରେ ୧୯୬ରନର ବିଜୟ ଲକ୍ଷ୍ୟ ରଖିଲା ଲକ୍ଷ୍ନୌ

ମୁମ୍ବାଇ : ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ ଆଗରେ ୧୯୬ ରନର ବିଜୟ ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପର ଜାୟାଣ୍ଟସ ।

ଏହି ମ୍ୟାଚରେ ଲକ୍ଷ୍ନୌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଲକ୍ଷ୍ନୌ ଉତ୍ତମ ଦଳଗତ ପ୍ରଦର୍ଶନ କରି ନିର୍ଦ୍ଧାରିତ ୨୦ ଓଭରରେ ୩ ଓ୍ବିକେଟ ହରାଇ ୧୯୫ ରନର ଏକ ବଡ଼ ସ୍କୋର ଛିଡ଼ା କରିପାରିଥିଲା । ଦଳ ପକ୍ଷରୁ ଅଧିନାୟକ କେ.ଏଲ.ରାହୁଲ ସର୍ବାଧିକ ୭୭ ରନ, ଦିପକ ହୁଦା ୫୨ ରନ କରିଥିବାବେଳେ କ୍ବିଣ୍ଟନ ଡିକକ୍ ୨୩ ରନ କରିଥିଲେ । ମାର୍କସ ଷ୍ଟଇନିସ୍ ୧୭ ରନ କରିଥିଲେ । ଦିଲ୍ଲୀ ପକ୍ଷରୁ ଶାର୍ଦ୍ଦୁଲ ଠାକୁର ୩ଟି ଯାକ ଓ୍ବିକେଟ ନେଇଥିଲେ ।

ଚଳିତ ଆଇପିଏଲରେ ପ୍ରଥମ ଥର ପାଇଁ ସାମିଲ ହୋଇଥିବା ଲକ୍ଷ୍ନୌ ସୁପର ଜାୟାଣ୍ଟସ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରିଛି । ଦଳ ୯ଟି ମ୍ୟାଚ ଖେଳି ୬ ବିଜୟ ୩ ପରାଜୟ ସହ ୧୨ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଛି । ଅନ୍ୟପକ୍ଷରେ ଦିଲ୍ଲୀ ୮ଟି ମ୍ୟାଚ ଖେଳି ୪ ବିଜୟ ୪ ପରାଜୟ ସହ ୮ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନରେ ରହିଛି ।

ସମ୍ବନ୍ଧିତ ଖବର