ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୫ର ୬୦ତମ ମ୍ୟାଚରେ ଗୁଜରାଟ ଆଗରେ ୨୦୦ ରନର ଲକ୍ଷ୍ୟ ରଖିଛି ଦିଲ୍ଲୀ । ଏହି ମ୍ୟାଚର ମୁଖ୍ୟ ଆକର୍ଷଣ ଥିଲା କେଏଲ ରାହୁଲଙ୍କ ଶତକ । ଏହି ଶତକ ସହିତ ଆଇପିଏଲରେ ୩ଟି ଅଲଗା ଅଲଗା ଫ୍ରାଞ୍ଚାଇଜି ( ପଂଜାବ, ଲକ୍ଷ୍ନୌ ଓ ଦିଲ୍ଲୀ) ପାଇଁ ଶତକ କରିବାରେ ସେ ପ୍ରଥମ ଖେଳାଳି ପାଲଟିଛନ୍ତି ।
ଏହି ମ୍ୟାଚରେ ଗୁଜରାଟ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଆରମ୍ଭରୁ ସତର୍କତାର ସହ ଖେଳିଥିଲା । ଦୁଇ ଓପନର କେଏଲ ରାହୁଲ ଓ ଫାଫ ଡୁପ୍ଲେସିସ୍ ଭଲ ଆରମ୍ଭ କରିଥିଲେ ବି ଡୁପ୍ଲେସିସ ମାତ୍ର ୫ ରନ କରି ଆଉଟ ହୋଇଥିଲେ । ଏହା ସତ୍ତ୍ବେ ରାହୁଲ ଲଢୁଆ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ । ସେ ୬୦ ବଲରେ ନିଜର ଶତକ ପୂରଣ କରିଥିଲେ । ଅଭଷେକ ପୋରେଲ ୩୦ ରନ ଓ ଅଧିନାୟକ ଅକ୍ଷର ପଟେଲ ୨୫ ରନ କରିଥିଲେ । ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୧୯୯ ରନ କରିଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-08-23t123957970z-tpnc.jpg)
/sambad/media/media_files/2025/05/18/3PVhEoMN4dTcB5V2oyyO.jpg)