ଜୟପୁର : ଜୟପୁରର ସଓ୍ବାଇ ମାଧୋସିଂ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୩ର ୩୭ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ ଆଗରେ ୨୦୩ରନର ବିଜୟ ଲକ୍ଷ୍ୟ ରଖିଛି ରାଜସ୍ଥାନ ରୟାଲ୍ସ ।
ଏହି ମ୍ୟାଚରେ ଚେନ୍ନାଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ୨୦ ଓଭରରେ ୨୦୨ ରନ କରିଥିଲା । ଦଳ ପକ୍ଷରୁ ଜଶସ୍ବୀ ଜୟସ୍ବାଲ ୭୭ରନ କରିଥିବାବେଳେ ଜସ ବଟଲର ୨୭ରନ କରିଥିଲେ । ସେହିପରି ଧ୍ରୁବ ଜୁରେଲ୍ ୩୪ ରନ କରିଥିବାବେଳେ ଦେବଦତ୍ତ ପଡ଼ିକଲ୍ଲ ୨୩ରନ କରିଥିଲେ । ଅଧିନାୟକ ସଂଜୁ ସାମସନ ୧୭ ରନ କରିଥିଲେ । ଚେନ୍ନାଇ ପକ୍ଷରୁ ତୁଷାର ଦେଶପାଣ୍ଡେ ୨ଟି ଓ୍ବିକେଟ ନେଇଥିବାବେଳେ ମହିସ ତିକସନା ଓ ରବୀନ୍ଦ୍ର ଜାଦେଜା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।
ଚଳିତ ଆଇପିଏଲରେ ଚେନ୍ନାଇ ୭ଟି ମ୍ୟାଚ ଖେଳି ୫ଟିରେ ବିଜୟ ହାସଲ କରିଛି ଓ ୧୦ ପଏଣ୍ଟ ସହ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି । ଅନ୍ୟପକ୍ଷରେ, ରାଜସ୍ଥାନ ରୟାଲ୍ସ ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହାସଲ କରିଛି ଓ ୮ ପଏଣ୍ଟ ପାଇ ୩ୟ ସ୍ଥାନରେ ରହିଛି ।