ଜୟପୁର : ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲର ୫୦ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆଗରେ ୨୧୮ ରନର ଲକ୍ଷ୍ୟ ରଖିଛି ମୁମ୍ବାଇ ଇଣ୍ଡିଆନ୍ସ ।

Advertisment

ଏହି ମ୍ୟାଚରେ ରାଜସ୍ଥାନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୨ ଓ୍ବିକେଟ ହରାଇ ୨୧୭ ରନ କରିଥିଲା । ଦଳ ପକ୍ଷରୁ ରୋହିତ ଶର୍ମା ଓ ରିୟାନ ରିକଲଟନ ବିସ୍ଫୋରକ ବ୍ୟାଟିଂ କରି ଆରମ୍ଭରୁ ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । ରୋହିତ ୫୩ ରନ କରିଥିବାବେଳେ ରିକଲଟନ ୬୧ ରନ କରିଥିଲେ । ଉଭୟ ପ୍ରଥମ ଓ୍ବିକେଟ ଯୋଡ଼ିରେ ୧୧୬ ରନ କରିଥିଲେ । ଦୁଇ ଓପନର ଆଉଟ ହେବା ପରେ ହାର୍ଦ୍ଦିକ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ଉଭୟ ବ୍ୟାଟ୍ସମ୍ୟାନ ୪୮ ରନ ଲେଖାଏଁ କରିବା ସହ ଅଳ୍ପକେ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ । ରାଜସ୍ଥାନ ପକ୍ଷରୁ ମହିଶ ତିକସନା ଓ ରିୟାନ ପରାଗ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।