ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆ ୧୮୮ ରନରେ ଅଲଆଉଟ୍

ମୁମ୍ବାଇ : ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆରେ ଭ୍ରମଣକାରୀ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୮୮ ରନରେ ଅଲଆଉଟ ହୋଇଯାଇଛି । ଫଳରେ ଭାରତ ଆଗରେ ୧୮୯ରନର ବିଜୟ ଲକ୍ଷ୍ୟ ରହିଛି ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଟ୍ରାଭିସ ହେଡଙ୍କୁ ହରାଇ ଝଟକା ପାଇଥିଲା । ତେବେ ମିଚେଲ ମାର୍ସ ଓ ଷ୍ଟିଭେନ ସ୍ମିଥ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ମାର୍ସ ୮୧ ରନ କରି ରବୀନ୍ଦ୍ର ଜାଦେଜାଙ୍କ ବଲରେ ଆଉଟ ହୋଇଥିଲେ । ସ୍ମିଥ ୨୨ରନ କରିଥିଲେ । କିନ୍ତୁ ଏହା ପରେ ଦଳର ବ୍ୟାଟିଂ ବିପର୍ଯ୍ୟୟ  ଆରମ୍ଭ ହୋଇଥିଲା । ଦଳର ମଧ୍ୟକ୍ରମ ବ୍ଯାଟରମାନେ ସଂପୂର୍ଣ୍ଣ ବିଫଳ ହୋଇଥିଲେ । କେବଳ ଇଙ୍ଗଲିସ୍ ୨୬ ରନ କରିଥିବାବେଳେ ଲାବୁସଚେନ ୧୫ରନ କରିଥିଲେ । ଗ୍ଲେନ ମାକ୍ସଓ୍ବେଲ ମାତ୍ର ୮ ରନ କରି ଆଉଟ ହୋଇଥିଲେ ।

ଭାରତ ପକ୍ଷରୁ ମହମ୍ମଦ ସମ୍ମି ଓ ମହମ୍ମଦ ସିରାଜ ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ରବୀନ୍ଦ୍ର ଜାଦେଜା ୨ଟି ଓ୍ବିକେଟ୍ ନେଇଥିବାବେଳେ କୁଳଦୀପ ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

 

ସମ୍ବନ୍ଧିତ ଖବର