ଆଇପିଏଲ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ବାଙ୍ଗାଲୋର୍

ମୁମ୍ବାଇ : ଆଜି ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଆଇପିଏଲ-୨୦୨୧ର ୧୬ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ବାଙ୍ଗାଲୋର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ।

ଚଳିତ ଆଇପିଏଲରେ ବିରାଟ କୋହଲୀ ନେତୃତ୍ବାଧୀନ ବାଙ୍ଗାଲୋର ଦଳ ଏପର୍ଯ୍ୟନ୍ତ ଅପରାଜେୟ ରହିଆସିଛି । ଦଳ ୩ଟି ମ୍ୟାଚ ଖେଳି ୩ଟିରେ ବିଜୟ ହାସଲ କରି ୬ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ରହିଛି । ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ରାଜସ୍ଥାନ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ରହିଆସିଛି । ଦଳ ୩ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୨ଟି ପରାଜୟ ସହ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି ।

ଆଇପିଏଲ ଇତିହାସରେ ଦୁଇ ଦଳ ମଧ୍ୟରେ ଏପର୍ଯ୍ୟନ୍ତ ୨୩ଟି ମ୍ୟାଚ ଖେଳାଯାଇଛି । ଉଭୟ ଦଳ ୧୦ଟି ଲେଖାଏଁ ମ୍ୟାଚରେ ବିଜୟ ହାସଲ କରିଥିବାବେଳେ ୩ଟି ମ୍ୟାଚ ଫଳାଫଳ ବିହୀନ ରହିଛି ।

 

ସମ୍ବନ୍ଧିତ ଖବର