ଜୟସୂରିଆଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

କଲମ୍ବୋ,: ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ତଥା ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ସନଥ ଜୟସୂରିଆଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଅାସିଛି। ଆଇସିସି ସେଥିପାଇଁ ତାଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି। ୪୯ ବର୍ଷୀୟ ଜୟସୂରିଆଙ୍କ ବିରୋଧରେ ପ୍ରମାଣ ନଷ୍ଟ କରିବାର ଅଭିଯୋଗ ବି ରହିଛି। ଆଇସିସି ତାଙ୍କୁ ନୋଟିସ୍ ଜାରି କରିବା ସହ ଦୁଇ ସପ୍ତାହ ମଧ୍ୟରେ ଉତ୍ତର ଦେବାକୁ ନିର୍ଦେଶ ଦେଇଛି।

ସମ୍ବନ୍ଧିତ ଖବର