ଆଇପିଏଲ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ଦିଲ୍ଲୀ

ଅହମଦାବାଦ : ଆଜି ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚଳିତ ଆଇପିଏଲର ୨୨ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ଦିଲ୍ଲୀ ଟସ ଜିତି ପ୍ରଥମେ  ବୋଲିଂ  ନିଷ୍ପତ୍ତି ନେଇଛି ।

ଚଳିତ ଆଇପିଏଲରେ ଦିଲ୍ଲୀ ଉତ୍ତମ ପ୍ରଦର୍ଶନ କରି ଖେଳିଥିବା ୫ଟି ମ୍ୟାଚରୁ ୪ଟିରେ ବିଜୟ ହାସଲ କରିଛି । ଏହା ସହିତ ଦଳ ୮ ପଏଣ୍ଟ ସହ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ରହିଛି । ଅନ୍ୟପକ୍ଷରେ ବାଙ୍ଗାଲୋର ମଧ୍ୟ ଦମଦାର ପ୍ରଦର୍ଶନ କରି ଖେଳିଥିବା ୫ଟି ମ୍ୟାଚରୁ ୪ଟିରେ ବିଜୟ ହାସଲ କରିଛି । ଏହା ସହିତ ଦଳ ୮ ପଏଣ୍ଟ ସହ ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଛି ।

ଆଜି ଦିଲ୍ଲୀ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି । ଅଶ୍ବିନଙ୍କ ସ୍ଥାନରେ ଇଶାନ୍ତ ଶର୍ମାଙ୍କୁ ଦଳରେ ସାମିଲ କରାଯାଇଛି । କରୋନା ସମୟରେ ନିଜ ପରିବାର ଲୋକଙ୍କ ସହ ରହିବାକୁ ଅଶ୍ବିନ ଅଧାରୁ ଆଇପିଏଲ ଛାଡ଼ିଛନ୍ତି ।

ସମ୍ବନ୍ଧିତ ଖବର