ଟିମ୍ ଇଣ୍ଡିଆକୁ ୧୭୨ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ୫ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟରେ ୧୭୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୭୨ ରନ୍ ରହିଛି...

England scored a 172-run victory over Team India

England scored a 172-run victory over Team India Photograph: (Sambad.in)

ରାଜକୋଟ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ୫ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍ ମଙ୍ଗଳବାର ରାଜକୋଟର ନିରଞ୍ଜନ ଶାହ ଷ୍ଟାଡିୟମରେ ଖେଳାଯାଉଛି। ସିରିଜର ମ୍ୟାଚ୍‌ରେ ତୃତୀୟ ଥର ପାଇଁ ଟସ୍ ଜିତି ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଇଂଲଣ୍ଡ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟରେ ୧୭୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୭୨ ରନ୍ ରହିଛି।

ଇଂଲଣ୍ଡ ପକ୍ଷରୁ ବେନ୍ ଡୁକେଟ୍ ୫୧ ରନ୍ କରିଥିବାବେଳେ ଜୋସ୍ ବଟଲର ୨୪ ରନ୍ କରିଥିଲେ। ସେହିପରି ଲିଆମ ଲିଭିଂଷ୍ଟୋନ୍ ୪୩ ରନ୍ କରିଥିଲେ। ତେବେ ଅନ୍ୟ ବ୍ୟାଟ୍ସମ୍ୟାନ୍‌ମାନେ ଭାରତୀୟ ବୋଲରଙ୍କ ସାମ୍ନା କରିପାରି ନଥିଲେ। 

ଅଧିକ ପଢ଼ନ୍ତୁ: ଦେଶରେ ବେଆଇନ ଅନୁପ୍ରବେଶକାରୀଙ୍କୁ ଥଇଥାନ କରିଛି କଂଗ୍ରେସ : ବିଜେପି

ଟିମ୍ ଇଣ୍ଡିଆ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ ୱିକେଟ ନେଇଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୨ ୱିକେଟ ଏବଂ ଅକ୍ଷର ପଟେଲ ଏବଂ ରବି ବିଶ୍ନୋଇ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଅଧିକ ପଢ଼ନ୍ତୁ: ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଶ୍ରୀଲଙ୍କା ନୌସେନାର ଗୁଳିମାଡ଼: ୫ ଆହତ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe