ପଞ୍ଜାବ ଆଗରେ ୨୦୨ ରନର ଲକ୍ଷ୍ୟ ରଖିଲା ହାଇଦ୍ରାବାଦ

ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୦ର ୨୨ତମ ମ୍ୟାଚରେ ହାଇଦ୍ରାବାଦ ପଞ୍ଜାବ ଆଗରେ ୨୦୨ ରନର ବିଜୟ ଲକ୍ଷ୍ୟ ରଖିଛି ।

ଦଳର ଅଧିନାୟକ ଡେଭିଡ ଓ୍ଵାର୍ନର ଟସ ଜିଣି ବ୍ୟାଟିଂ ନିଷ୍ପତ୍ତି ନେବା ପରେ ସେ ଓ ଜନି ବେୟାରଷ୍ଟୋ ଦଳକୁ ଏକ ଦୃଢ ସ୍କୋର ପ୍ରଦାନ କରିଥିଲେ । ଓ୍ଵାର୍ନର ୫୨ ରନ କରିଥିବାବେଳେ ବେୟାରଷ୍ଟୋ ୯୭ ରନ କରି ଅଳ୍ପକେ ଶତକରୁ ବଞ୍ଚିତ ହୋଇଥିଲେ । ଏହି ଦୁଇ ବ୍ୟାଟ୍ସମ୍ୟାନ ଆଉ ହେବା ପରେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଭଲ ସ୍କୋର କରିପାରିନଥିଲ । ତେବେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ଵିକେଟ ହରାଇ ୨୦୧ ରନ କରିଥିଲା ।

ଚଳିତ ଆଇପିଏଲରେ ପଞ୍ଜାବ ଦଳ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଛି । ଏହି ଦଳ ଏପର୍ଯ୍ୟନ୍ତ ୫ଟି ମ୍ୟାଚ ଖେଳି ମାତ୍ର ଗୋଟିଏ ମ୍ୟାଚରେ ବିଜୟ ହାସଲ କରିଛି ଓ ମାତ୍ର ୨ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ଶେଷରେ ରହିଛି । ଅନ୍ୟପକ୍ଷରେ ହାଇଦ୍ରାବାଦ ଦଳ ୫ ଟି ମ୍ୟାଚ ଖେଳି ୨ଟିରେ ବିଜୟ ହାସଲ କରିଛି ଓ ୪ ପଏଣ୍ଟ ପାଇ ୬ଷ୍ଠ ସ୍ଥାନରେ ରହିଛି ।

ସମ୍ବନ୍ଧିତ ଖବର