ପ୍ରଥମ ଟି-୨୦ରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ, ଇଂଲଣ୍ଡ ଆଗରେ ୧୨୫ ରନର ବିଜୟ ଲକ୍ଷ୍ୟ

ଅହମଦାବାଦ: ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଭାରତ ଇଂଲଣ୍ଡ ଆଗରେ ୧୨୫ ରନର ବିଜୟ ଲକ୍ଷ୍ୟ ରଖିଛି ।

ଟସ ଜିଣି ଇଂଲଣ୍ଡ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା । ମାତ୍ର ଭାରତୀୟ ଦଳ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି, ଶିଖର ଧଓ୍ବନ ଓ କେଏଲ ରାହୁଲ ଶସ୍ତାରେ ପାଭିଲିୟନ ଫେରିଥିଲେ । ତେବେ ରିଷଭ ପନ୍ତ୍ ଓ ଶ୍ରେୟସ ଆୟାର ସତର୍କତାର ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ଆୟର ୬୭ ରନ, ପନ୍ତ ୨୧ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୯ ରନ କରିଥିଲେ । ଫଳରେ ଭାରତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୨୪ ରନ କରିଥିଲା ।

ଇଂଲଣ୍ଡ ପକ୍ଷରୁ ଜୋଫ୍ରା ଆର୍ଚର ୨୩ ରନ ଦେଇ ୩ଟି ଓ୍ବିକେଟ ନେଇଥିଲେ । ସେହିପର ଆଦିଲ ରସିଦ, ମାର୍କ ଉଡ୍ ଓ କ୍ରିସ ଜୋର୍ଡାନ ଓ ବେନ ଷ୍ଟୋକ୍ସ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ । 

ସମ୍ବନ୍ଧିତ ଖବର