Advertisment

ଓଭାଲ ଟେଷ୍ଟ : ଭାରତ ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ, ଗସ୍ ଅଟକିନସନଙ୍କୁ ୫ ଓ୍ବିକେଟ୍

Advertisment

କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତ ନିଜର ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ ହୋଇଯାଇଛି । ଗସ୍ ଅଟକିନସନ ଓ ଜୋସ୍ ଟଙ୍ଗଙ୍କ ଘାତକ ବୋଲିଂ ଆଗରେ ଭାରତର ବ୍ୟାଟିଂ ଧରାଶାୟୀ ହୋଇଯାଇଥିଲା । 

କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତ ନିଜର ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ ହୋଇଯାଇଛି । ଗସ୍ ଅଟକିନସନ ଓ ଜୋସ୍ ଟଙ୍ଗଙ୍କ ଘାତକ ବୋଲିଂ ଆଗରେ ଭାରତର ବ୍ୟାଟିଂ ଧରାଶାୟୀ ହୋଇଯାଇଥିଲା । 

GxNLdptWEAECMM0

ଲଣ୍ଡନ : କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତ ନିଜର ପ୍ରଥମ ଇନିଂସରେ ୨୨୪ ରନରେ ଅଲଆଉଟ ହୋଇଯାଇଛି । ଗସ୍ ଅଟକିନସନ ଓ ଜୋସ୍ ଟଙ୍ଗଙ୍କ ଘାତକ ବୋଲିଂ ଆଗରେ ଭାରତର ବ୍ୟାଟିଂ ଧରାଶାୟୀ ହୋଇଯାଇଥିଲା । 

ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତ ଆରମ୍ଭରୁ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇଚାଲିଥିଲା । ଯଶସ୍ବୀ ଜୟସ୍ବାଲ ମାତ୍ର ୨ ରନ କରି ଆଉଟ ହୋଇଥିବାବେଳେ କେଏଲ ରାହୁଲ ୧୪ ରନ କରି ଆଉଟ ହୋଇଥିଲେ । ସେହିପରି ସାଇ ସୁଦର୍ଶନ ୩୮ ରନ କରିଥିବାବେଳେ ଅଧିନାୟକ ଶୁବମନ ଗିଲ୍ ୨୧ ରନ କରିଥିଲେ । ଗତ ମ୍ୟାଚରେ ଶତକ ହାସଲ କରିଥିବା ରବୀନ୍ଦ୍ର ଜାଦେଜା ମାତ୍ର ୯ ରନ କରିଥିଲେ । ତେବେ କରୁନ ନାୟାର ଇଂଲଣ୍ଡ ବୋଲରଙ୍କ ଉଚିତ ମୁକାବିଲା କରି ଏକ ଲଢୁଆ ଅର୍ଦ୍ଧଶତକ ହାସଲ କରିଥିଲେ ।  ସେ ୫୭ ରନ କରିଥିବାବେଳେ ଧ୍ରୁବ ଜୁରେଲ ୧୯ ଓ ଓ୍ବାସିଂଟନ ସୁନ୍ଦର ୨୬ ରନ କରିଥିଲେ । ଇଂଲଣ୍ଡ ପକ୍ଷରୁ ଗସ୍ ଅଟକିନସନ ୫ଟି ଓ ଜୋସ୍ ଟଙ୍ଗ ୩ଟି ଓ୍ବିକେଟ୍  ନେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe