India vs Australia : କ୍ବିନ୍ସଲାଣ୍ଡ : କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଏହି ୫ ଟିକିଆ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଯାଇଛି । 

Advertisment

ଭାରତ ଦ୍ବାରା ରଖାଯାଇଥିବା ୧୬୮ରନର ଲକ୍ଷ୍ୟର ଜବାବରେ ଅଷ୍ଟ୍ରେଲିଆ ୧୮.୨ ଓଭରରେ ୧୧୯ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ମିଚେଲ ମାର୍ସ ୩୦ ରନ କରିଥିବାବେଳେ ମାଥ୍ୟୁ ସର୍ଟ ୨୫ରନ କରିଥିଲେ । କିନ୍ତୁ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିପାରିନଥିଲେ । ଭାରତ ପକ୍ଷରୁ ଓ୍ବାସିଂଟନ ସୁନ୍ଦର ୩ଟି ଓ୍ବିକେଟ ନେଇଥିବାବେଳେ ଅକ୍ଷର ପଟେଲ ଓ ଶିବମ ଦୁବେ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ସେହିପରି ଅର୍ଶଦୀପ ସିଂ, ବରୁଣ ଚକ୍ରବର୍ତ୍ତି ଓ ଯସପ୍ରୀତ ବୁମରା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

ଆହୁରି ପଢନ୍ତୁ : ED Action : ସୁରେଶ ରାଇନା ଓ ଶିଖର ଧାଓ୍ବନଙ୍କ ଘରେ ଇଡି ଚଢଉ

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୬୭ ରନ କରିଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ଓ ଶୁବମନ ଗିଲ୍ ପ୍ରଥମ ଓ୍ବିକେଟ ଯୋଡ଼ିରେ ୫୧ ରନ କରି ଏକ ଭଲ ମୂଳଦୁଆ ପକାଇଥିଲେ । ଶର୍ମା ୨୮ ରନ ଓ ଗିଲ୍ ୪୬ ରନ କରିଥିଲେ । ସେହିପରି ଶିବମ ଦୁବେ ୨୨ ଓ ସୂର୍ଯ୍ୟକୁମାର ଯାଦବ ୨୦ ରନ କରିଥିଲେ । ମାତ୍ର ତିଳକ ବର୍ମା ଓ ଜିତେଶ ଶର୍ମା ଯଥାକ୍ରମେ ୫ ଓ ୩ ରନ କରି ବିଫଳ ହୋଇଥିଲେ । ତେବେ ଅକ୍ଷର ପଟେଲ ୧୧ଟି ବଲରୁ ୨୧ ରନ କରି ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ନାଥନ ଏଲିସ୍ ଓ ଆଡାମ ଜାମ୍ପା ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ । 

ଆହୁରି ପଢନ୍ତୁ : India vs Australia : ଅଷ୍ଟ୍ରେଲିଆ ଆଗରେ ୧୬୮ ରନର ଲକ୍ଷ୍ୟ ରଖିଲା ଭାରତ