କଲମ୍ବୋ: ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍ର ୨୭ତମ ମ୍ୟାଚ୍ରେ ପାକିସ୍ତାନକୁ ଭାରତ ଚତ୍ପଟାଙ୍ଗ୍ କରିଛି। ଶ୍ରୀଲଙ୍କାର କଲମ୍ବୋସ୍ଥିତ ଆର ପ୍ରେମଦାସା ଷ୍ଟାଡିୟମରେ ଭାରତୀୟ ଖେଳାଳିମାନେ ଦମଦାର ପ୍ରଦର୍ଶନ କରି ପାକିସ୍ତାନକୁ ପରାସ୍ତ କରିଛନ୍ତି। ସୂର୍ଯ୍ୟକୁମାରଙ୍କ ବାହିନୀ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଶସଂନୀୟ ପ୍ରଦର୍ଶନ କରିଛନ୍ତି। ୧୭୬ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ପାକିସ୍ତାନର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ ହୋଇଥିଲା। ପାକିସ୍ତାନ ୧୮ ଓଭରରେ ସମସ୍ତ ୱିକେଟ୍ ହରାଇ ୧୧୪ ରନ୍ କରିବା ସହିତ ୬୧ ରନ୍ରେ ପରାସ୍ତ ହୋଇଛି। ଏହି ମ୍ୟାଚ୍ରେ ଟସ୍ ଜିଣି ପାକିସ୍ତାନ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରିଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ଟି ୱିକେଟ୍ ହରାଇ ୧୭୫ ରନ୍ ସଂଗ୍ରହ କରିଥିଲା।
Cricket: ଟି-୨୦ ବିଶ୍ବକପ୍: ପାକିସ୍ତାନ ଚିତ୍ପଟାଙ୍ଗ୍; ୬୧ ରନ୍ରେ ଭାରତ ବିଜୟୀ
ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍ର ୨୭ତମ ମ୍ୟାଚରେ ପାକିସ୍ତାନକୁ ଭାରତ ଚତ୍ପଟାଙ୍ଗ୍ କରିଛି। ଶ୍ରୀଲଙ୍କାର କଲମ୍ବୋସ୍ଥିତ ଆର ପ୍ରେମଦାସା ଷ୍ଟାଡିୟମରେ ଭାରତୀୟ ଖେଳାଳିମାନେ ଦମଦାର ପ୍ରଦର୍ଶନ କରି ପାକିସ୍ତାନକୁ ପରାସ୍ତ କରିଛନ୍ତି।
/sambad/media/media_files/2026/02/15/india-pakjpg-2026-02-15-21-53-37.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)