ବାଂଲାଦେଶ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଘରୋଇ ମାଟିରେ ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବାଧୀନ ଦଳରେ ଦ୍ରୁତ ବୋଲର ମୟଙ୍କ ଯାଦବଙ୍କୁ ସୁଯୋଗ ମିଳିଛି।

surya1

ବେଙ୍ଗାଲୁରୁ: ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଘରୋଇ ମାଟିରେ ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବାଧୀନ ଦଳରେ ଦ୍ରୁତ ବୋଲର ମୟଙ୍କ ଯାଦବଙ୍କୁ ସୁଯୋଗ ମିଳିଛି। ତାଙ୍କ ସହ ହାଇଦ୍ରାବାଦୀ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ମଧ୍ୟ ସୁଯୋଗ ମିଳିଛି। ଇଶାନ କିଶନ ଦଳକୁ ଫେରି ନାହାନ୍ତି। ସଞ୍ଜୁ ସାମସନଙ୍କ ସହ ୱିକେଟରକ୍ଷକ ଭାବେ ଜିତେଶ ଶର୍ମାଙ୍କୁ ସୁଯୋଗ ମିଳିଛି। ଋତୁରାଜ ଗାଇକୱାଡଙ୍କୁ ପୁଣି ଥରେ ଦଳରେ ସ୍ଥାନ ମିଳିନାହିଁ।

ଟେଷ୍ଟ ସିରିଜରେ ଭାଗ ନେଉଥିବା ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ଅନୁପସ୍ଥିତିରେ ମୟଙ୍କ ଯାଦବ, ନୀତୀଶ କୁମାର ରେଡ୍ଡୀ, ହାର୍ଦ୍ଦିକ ପାଣ୍ଡ୍ୟା, ଅର୍ଶଦୀପ ସିଂହ, ହର୍ଷିତ ରାଣା ଭାରତୀୟ ଦଳରେ ଦ୍ରୁତ ବୋଲିଂ ଦାୟିତ୍ୱ ତୁଲାଇବେ।

ଭାରତୀୟ ଦଳ : 
ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ସଞ୍ଜୁ ସାମସନ୍ (ୱିକେଟ୍ ରକ୍ଷକ), ରିଙ୍କୁ ସିଂହ, ହାର୍ଦ୍ଦିକ ପାଣ୍ଡ୍ୟା, ରିଆନ ପରାଗ, ନୀତୀଶ କୁମାର ରେଡ୍ଡୀ, ଶିବମ ଦୁବେ, ୱାଶିଂଟନ ସୁନ୍ଦର, ରବି ବିଷ୍ନୋଇ, ବରୁଣ ଚକ୍ରବର୍ତ୍ତୀ, ଜିତେଶ ଶର୍ମା (ୱିକେଟ୍ ରକ୍ଷକ), ଅର୍ଶଦୀପ ସିଂହ, ହର୍ଷିତ ରାଣା ଓ ମୟଙ୍କ ଯାଦବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe