ଦୁବାଇ : ଭାରତ ପୁଣି ଥରେ ଏସିଆ ଚାମ୍ପିୟନ ହୋଇଛି । ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠରେ ରବିବାର ଖେଳାଯାଉଥିବା ଏସିଆ କପ ଫାଇନାଲରେ ଭାରତ ପାକିସ୍ତାନକୁ ୫ ୱିକେଟ୍‌ରେ ପରାସ୍ତ କରିଛି ଟାଇଟେଲ ହାତେଇଛି । ଭାରତ ଆଗରେ ବିଜୟ ପାଇଁ ୧୪୭ ରନର ଲକ୍ଷ୍ୟ ଥିବାବେଳେ ଭାରତ ୨ଟି ବଲ ବାକି ଥାଇ ଲକ୍ଷ୍ୟ ହାସଲ କରିନେଇଥିଲା । ଦଳ ପକ୍ଷରୁ ତିଳକ ବର୍ମା ୬୯ ରନର ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ । ଭାରତ ମାତ୍ର ୨୦ ରନରେ ୩ଟି ଓ୍ବିକେଟ ହରାଇ ସଂକଟରେ ପଡ଼ିଥିବାବେଳେ ତିଳକ ପ୍ରଥମେ ସଂଜୁ ସାମସନ ଓ ପରେ ଶିବମ ଦୁବେଙ୍କ ସହ ଏକ ଉପଯୋଗୀ ପାର୍ଟନରସିପ କରି ଦଳକୁ ଜିତାଇଥିଲେ । ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଥିବା ରିଙ୍କୁ ସିଂ ଚୌକା ମାରି ଦଳ ପାଇଁ ବିଜୟ ଆଣିଦେଇଥିଲେ ।

Advertisment

ତିଳକ ବର୍ମା ୬୯ ରନର ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ । ଭାରତ ମାତ୍ର ୨୦ ରନରେ ୩ଟି ଓ୍ବିକେଟ ହରାଇ ସଂକଟରେ ପଡ଼ିଥିବାବେଳେ ତିଳକ ପ୍ରଥମେ ସଂଜୁ ସାମସନ ଓ ପରେ ଶିବମ ଦୁବେଙ୍କ ସହ ଏକ ଉପଯୋଗୀ ପାର୍ଟନରସିପ କରି ଦଳକୁ ଜିତାଇଥିଲେ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଥିବା ରିଙ୍କୁ ସିଂ ଚୌକା ମାରି ଦଳ ପାଇଁ ବିଜୟ ଆଣିଦେଇଥିଲେ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଏହି ମ୍ୟାଚରେ ଭାରତ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିନା ପଡ଼ିଆକୁ ଓହ୍ଲାଇଥିଲା । ପାକିସ୍ତାନର ଦୁଇ ଓପନର ଫକର ଜମାନ ଓ ସାହିବଜାଦା ଫରହାନ ଆରମ୍ଭରୁ ଭାରତୀୟ ବୋଲରଙ୍କ ଉପରେ ପ୍ରବଳ ଆକ୍ରମଣ କରି ପ୍ରଥମ ୱିକେଟ୍‌ ଯୋଡ଼ିରେ ୮୪ ରନ ଯୋଡ଼ିଥିଲେ । ଫରହାନ ୫୭ ରନ କରିଥିବାବେଳେ ଜମାନ ୪୬ ରନ କରିଥିଲେ। କିନ୍ତୁ ଭାରତ ପାଇଁ ପ୍ରଥମ ସଫଳତା ଆଣିଥିଲେ ବରୁଣ ଚକ୍ରବର୍ତ୍ତି । ସେ ଫରହାନଙ୍କୁ ଆଉଟ କରିଥିଲେ । ଏହା ପରେ ପାକିସ୍ତାନର ବ୍ୟାଟିଂ ବିପର୍ଯ୍ୟୟ ଆରମ୍ଭ ହୋଇଥିଲେ । ୩ୟ ସ୍ଥାନରେ ଆସିଥିଲା ସଲିମ ଆୟୁବ ୧୪ ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ଦୁଇ ଅଂକ ଛୁଇଁ ପାରିନଥିଲେ । 

ଭାରତ ପକ୍ଷରୁ କୁଳଦୀପ ଯାଦବ ୪ଟି ଓ୍ବିକେଟ ନେଇଥିବାବେଳେ ବରୁଣ ଚକ୍ରବର୍ତ୍ତି, ଅକ୍ଷର ପଟେଲ ଓ ଯଶପ୍ରୀତ ବୁମରା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।