ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଇପିଏଲରେ ୪ଟି ପରିବର୍ତ୍ତନ

ଆତଙ୍କବାଦୀ ଆକ୍ରମଣ ପରେ ବିସିସିଆଇର ନିଷ୍ପତ୍ତି; ମ୍ୟାଚ ଆରମ୍ଭ ହେବାପୂର୍ବରୁ ଗୋଟିଏ ମିନିଟ ନୀରବ ପ୍ରାର୍ଥନା କରାଯିବ। ଏଥିସହିତ ହାଇଦ୍ରାବାଦର ରାଜୀବ ଗାନ୍ଧି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ମ୍ୟାଚ ପାଇଁ ଚିୟରଲିଡର୍ସ ରହିବେ ନାହିଁ। ମ୍ୟାଚ ସମୟରେ ‌ବାଣଫୁଟା ଯିବ ନାହିଁ।

ସୗଦ

ପହଲଗାମ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ  ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି।

ଏହି ଆକ୍ରମଣରେ ସାମିଲ ଥିବା ତିନି ଜଣ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ଆସିଫ୍ ଫୁଜି, ସୁଲେମାନ ଶାହ ଏବଂ ଆବୁ ତଲହା।

ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଆଇପିଏଲ ୨୦୨୫ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ହେବାକୁ ଥିବା ମ୍ୟାଚରେ କିଛି ପରିବର୍ତ୍ତନ କରାଯାଇଛି। ଏହି ପରିବର୍ତ୍ତନ ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବାହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କରାଯାଇଛି। 

ବୁଧବାର ଆଇପିଏଲ-୨୦୨୫ର ୪୧ତମ ମ୍ୟାଚ ହାଇଦ୍ରାବାଦ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ଉଭୟ ଦଳ ଦ୍ବିତୀୟ ରାଉଣ୍ଡ ମ୍ୟାଚରେ ଅବତ୍ତୀର୍ଣ୍ଣ ହେବେ। ଏହି ମ୍ୟାଚକୁ ନେଇ ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ)ପକ୍ଷରୁ ୪ଟି ବଡ଼ ପରିବର୍ତ୍ତନ କରାଯାଇଛି। 

ପ୍ରଥମତଃ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ‌ଖେଳାଳିମାନେ ହାତରେ କଳାପଟି ବାନ୍ଧି ପଡ଼ିଆକୁ ଓହ୍ଲାଇବେ।

ଗତମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଏହି ଘଟଣାକୁ ନେଇ ‌ଶୋକବ୍ୟକ୍ତ କରିବା ସହିତ ହାଇଦ୍ରାବାଦ ଓ ମୁମ୍ବାଇ ମଧ୍ୟରେ ହେବାକୁ ଥିବା ମ୍ୟାଚ ସମୟରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର ସୂଚନା ଦେଇଛି।

ମ୍ୟାଚ ଆରମ୍ଭ ହେବାପୂର୍ବରୁ ଗୋଟିଏ ମିନିଟ ନୀରବ ପ୍ରାର୍ଥନା କରାଯିବ। ଏଥିସହିତ ହାଇଦ୍ରାବାଦର ରାଜୀବ ଗାନ୍ଧି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ମ୍ୟାଚ ପାଇଁ  ଚିୟରଲିଡର୍ସ ରହିବେ ନାହିଁ। ମ୍ୟାଚ ସମୟରେ ‌ବାଣଫୁଟା ଯିବ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe