ଆଇପିଏଲ ଫାଇନାଲରେ ହାଇଦ୍ରାବାଦର ଫ୍ଲପସୋ, କୋଲକାତା ଆଗରେ ମାତ୍ର ୧୧୪ ରନର ଲକ୍ଷ୍ୟ ରଖିଲା

ଚେନ୍ନାଇ : ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ-୨୦୨୪ର ଫାଇନାଲ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୧୩ ରନରେ ସୀମିତ ରହିଯାଇଛି । ଫଳରେ କୋଲକାତା ନାଇଟରାଇଡର୍ସ ଆଗରେ ବିଜୟ ପାଇଁ ୧୧୪ ରନର ଲକ୍ଷ୍ୟ ରହିଛି । ଆଇପିଏଲ ଇତିହାସରେ ଏହା ସର୍ବନିମ୍ନ ଫାଇନାଲ ସ୍କୋର ।

ଏହି ମ୍ୟାଚରେ ହାଇଦ୍ରାବାଦ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଦଳ ଆରମ୍ଭରୁ ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଓ ଶେଷ ପର୍ଯ୍ୟନ୍ତ ସେଥିରୁ ଉଦ୍ଧାର ପାଇପାରିନଥିଲା । ମାତ୍ର ୬ ରନରେ ଦଳ ନିଜର ଦୁଇ ଓପନର ଟ୍ରାଭିସ ହେଡ ଓ ଅଭିଷେକ ଶର୍ମା ପାଭିଲିୟନ ଫେରିଥିଲେ । ପରବର୍ତ୍ତୀ କୌଣସି ବ୍ୟାଟ୍ସମ୍ୟାନ ଦଳକୁ ବିପର୍ୟ୍ୟୟରୁ ଉଦ୍ଧାର କରିପାରିନଥିଲେ । ଅଧିନାୟକ ପାଟ କମିନ୍ସ ୨୪ ରନ ଓ ଆଇଡେନ ମାର୍କରାମ ୨୦ ରନ କରିଥିଲେ । ନୀତୀଶ ରେଡ୍ଡି ୧୩ ଓ ହେନଲିକ କ୍ଲାସେନ ୧୬ ରନ କରିଥିଲେ ।

କୋଲକାତା ପକ୍ଷରୁ ଆନ୍ଦ୍ରେ ରସେଲ ୩ଟି ଓ୍ବିକେଟ ନେଇଥିବାବେଳେ ହର୍ଷିତ ରାଣା ଓ ମିଚେଲ ଷ୍ଟାର୍କ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ସେହିପରି ସୁନୀଲ ନାରାୟଣ, ବୈଭବ ଆରୋରା ଓ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

 

ସମ୍ବନ୍ଧିତ ଖବର