ରାଜସ୍ଥାନ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଲା କୋଲକତା

ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୦ର ୧୨ତମ ମ୍ୟାଚରେ କୋଲକତା ନାଇଟରାଇଡର୍ସ ରାଜସ୍ଥାନ ରୟାଲ୍ସ ଆଗରେ ୧୭୫ ରନର ବିଜୟ ଲକ୍ଷ୍ୟ ରଖିଛି ।

ଆଜି ରାଜସ୍ଥାନ ଦଳର ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତି କୋଲକତାକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲେ । ଦଳ ପକ୍ଷରୁ ଶୁଭମନ୍ ଗିଲ ଓ ସୁନୀଲ ନରିନ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲେ ମଧ୍ୟ ସୁନୀଲ ମାତ୍ର ୧୫ ରନ କରି ଆଉଟ ହୋଇଥିଲେ । ତେବେ ଶୁବମାନ ଦୃଢ ବ୍ୟାଟିଂର ପ୍ରଦର୍ଶନ କରି ସର୍ବାଧିକ ୪୭ ରନ କରିଥିଲେ । ସେହିପରି ଇଅନ ମର୍ଗାନ ୩୪ ରନ ଓ ଆନ୍ଦ୍ରେ ରସେଲ ୨୪ ରନ କରିଥିଲେ । ଏହାଫଳରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୧୭୪ ରନ କରିପାରିଥିଲା । ରାଜସ୍ଥାନ ପକ୍ଷରୁ ଜୋଫ୍ରା ଆର୍ଚର ୧୮ ରନ ଦେଇ ୨ଟି ଓ୍ଵିକେଟ ନେଇଥିଲେ ।

ରାଜସ୍ଥାନ ରୟାଲ୍ସ ଦଳ ଏପର୍ଯ୍ୟନ୍ତ ୨ଟି ମ୍ୟାଚ ଖେଳି ୨ଟି ବିଜୟ ସହ ୪ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ପ୍ରଥମ ସ୍ଥାନରେ ରହିଛି । ମାତ୍ର କୋଲକତା ନାଇଟରାଇଡର୍ସ ୨ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଗୋଟିଏ ପରାଜୟ ସହ ୨ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି ।

ସମ୍ବନ୍ଧିତ ଖବର