Photo: Cricbuzz
ଆବୁଧାବି: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣରେ ଆଜି ୨୦ତମ ମ୍ୟାଚ୍ ମୁମ୍ବାଇ ଇଣ୍ଡିଆନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଆବୁଧାବିର ଶେଖ୍ ଜୟେଦ୍ ଷ୍ଟାଡିୟମ୍ରେ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।
ଚଳିତ ଆଇପିଏଲ୍ରେ ମୁମ୍ବାଇ ଏ ପର୍ଯ୍ୟନ୍ତ ୫ଟି ମ୍ୟାଚ୍ ଖେଳିଥିବା ବେଳେ ଏଥିରୁ ୩ଟିରେ ବିଜୟୀ ହୋଇଛି। ଏବେ ମୁମ୍ବାଇ ଟିମ୍ ପଏଣ୍ଟ ଟେବୁଲରେ ୨ୟ ସ୍ଥାନରେ ଅଛି। ରାଜସ୍ଥାନ ରୟାଲ୍ସ ୪ଟି ମ୍ୟାଚ୍ ଖେଳି ୨ଟିରେ ବିଜୟୀ ହୋଇଥିବା ବେଳେ ପଏଣ୍ଟ ଟେବୁଲରେ ୫ମ ସ୍ଥାନରେ ରହିଛି। ତେବେ ଚଳିତ ଆଇପିଏଲ୍ରେ ରାଜସ୍ଥାନ ଓ ମୁମ୍ବାଇ ମଧ୍ୟରେ ଏହା ହେଉଛି ପ୍ରଥମ ମୁକାବିଲା।
Follow Us