ଆଇପିଏଲ : ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ମୁମ୍ବାଇ

ଚେନ୍ନାଇ : ଆଜି ଚେନ୍ନାଇର ଏମ.ଏ. ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଚଳିତ ଆଇପିଏଲର ୯ମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ଏହି ମ୍ୟାଚରେ ମୁମ୍ବାଇ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ।

ମୁମ୍ବାଇ ଏପର୍ଯ୍ୟନ୍ତ ୨ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ପାଇଛି । ତେବେ ହାଇଦ୍ରାବାଦ ଦଳ ଏପର୍ଯ୍ୟନ୍ତ ୨ଟି ମ୍ୟାଚ ଖେଳିଥିଲେ ବି କୌଣସି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ ।

ଦୁଇ ଦଳ ମଧ୍ୟରେ ଏପର୍ଯ୍ୟନ୍ତ ୧୬ଟି ଆଇପିଏଲ ମ୍ୟାଚ ଖେଳାଯାଇଛି । ଉଭୟ ଦଳ ୮ ଟି ଲେଖାଏଁ ମ୍ୟାଚରେ ବିଜୟ ହାସଲ କରିଛନ୍ତି ।

ଗତ କାଲିର ମ୍ୟାଚ ପଂଜାବ କିଙ୍ଗ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଚେନ୍ନାଇ ପଂଜାବକୁ ୬ ଓ୍ବିକେଟରେ ପରାସ୍ତ କରିଥିଲା । ଏହି ବିଜୟ ସହ ଚେନ୍ନାଇ ଏବେ ୨ ପଏଣ୍ଟ ପାଇଁ ପଏଣ୍ଟ ଟେବୁଲର ୨ୟ ସ୍ଥାନକୁ ଉଠିଯାଇଛି ।

ସମ୍ବନ୍ଧିତ ଖବର