ସାଉଥାମ୍ପଟନ୍: ଇଂଲଣ୍ଡର ସାଉଥାମ୍ପଟନ୍ଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡ ଆଗରେ ୧୩୯ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି ।
ନିଜର ୨ୟ ଇନିଂସରେ ଭାରତ ୧୭୦ ରନରେ ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ଋଷଭ ପନ୍ତ ସର୍ବାଧିକ ୪୧ ରନ ଓ ରୋହିତ ଶର୍ମା ୩୦ ରନ କରିଥିଲେ । ମାତ୍ର ଦଳର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ବିଶେଷ ସ୍କୋର କରିପାରିନଥିଲେ । ଅଧିନାୟକ ବିରାଟ କୋହଲି ମାତ୍ର ୧୩ ରନ କରି ଆଉଟ ହୋଇଥିଲେ ।
ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ ସାଉଥି ୪ଟି, ଟ୍ରେଣ୍ଟ ବୋଲଟ ୩ଟି ଓ କାଇଲ ଜେମିସନ ୨ଟି ଓ୍ବିକେଟ ନେଇଥିଲେ ।
ବର୍ଷା ବାଧାପ୍ରାପ୍ତ ଏହି ଫାଇନାଲ ମ୍ୟାଚରେ ଭାରତ ନିଜର ପ୍ରଥମ ଇନିଂସରେ ୨୧୭ କରିଥିବାବେଳେ ନ୍ୟୁଜିଲାଣ୍ଡ ନିଜର ପ୍ରଥମ ଇନିଂସରେ ୨୪୯ ରନ କରିଥିଲା । ଫଳରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ବହୁମୂଲ୍ୟ ୩୨ ରନର ଅଗ୍ରଣୀ ପାଇଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/wtc-1.jpg)