ପାରା ଅଲିମ୍ପିକ୍ସ : ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସରେ ଓଡ଼ିଶା ସମେତ ସାରା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ । ସେ ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ପ୍ରମୋଦ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇ ସ୍ବର୍ଣ୍ଣ ଜିତିଛନ୍ତି । ଡାନିଏଲଙ୍କୁ ସେ ସିଧାସଳଖ ୨୧-୧୪, ୨୧-୧୭ ସେଟରେ ପରାସ୍ତ କରିଛନ୍ତି ।

ବିଶ୍ବର ନଂ୧ ମାନ୍ୟତା ପ୍ରାପ୍ତ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ସେମିଫାଇନାଲରେ ଜାପାନର ଡାଇସୁକେ ଫୁଜିହାରାଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ । ପ୍ରମୋଦ ଏବେ ପାରା ବ୍ୟାଡମିଣ୍ଟନରେ ଉଭୟ ବିଶ୍ବ ଓ ଏସୀୟ ଚାମ୍ପିଅନ ଅଛନ୍ତି ।

ମାତ୍ର ୫ ବର୍ଷ ବୟସରେ ପୋଲିଓ ଆକ୍ରାନ୍ତ ହୋଇଥିବା ପ୍ରମୋଦଙ୍କ ନାମରେ ମୋଟ ୪୫ଟି ଅନ୍ତର୍ଜାତୀୟ ମେଡାଲ ରହିଛନ୍ତି । ସେ ମୋଟ ୪ଟି ବିଶ୍ବ ଚାମ୍ପିଅନସିପ ଓ ୨୦୧୮ ଏସୀୟ ପାରା ଗେମ୍ସରେ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ଜିତିଥିଲେ ।

ସମ୍ବନ୍ଧିତ ଖବର