ଦୁବାଇ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ୫୪ ତମ ମ୍ୟାଚ୍‌ କୋଲକାତା ନାଇଟ୍‌ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ହେଉଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।