ଟି-୨୦ ବିଶ୍ବକପ୍ : ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ, ଅଷ୍ଟ୍ରେଲିଆ ଆଗରେ ୧୧୯ରନର ବିଜୟ ଲକ୍ଷ୍ୟ

ଆବୁଧାବି : ଆବୁଧାବିର ଶେଖ ଜାୟେଦ୍ ଷ୍ଟାଡିୟମଠାରେ ଆଜି ଖେଳାଯାଉଥିବା ଟି-୨୦ ବିଶ୍ବକପର ଏକ ଲିଗ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହେବା ସହ ଅଷ୍ଟ୍ରେଲିଆ ଆଗରେ ମାତ୍ର ୧୧୯ ରନର ବିଜୟ ଲକ୍ଷ୍ୟ ରଖିଛି ।

ଆଜି ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିଲା । ଆଇଡେନ ମାରକାମଙ୍କ ବ୍ୟତୀତ ଦଳର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ କ୍ରିଜରେ ତିଷ୍ଠି ପାରିନଥିଲେ । ମାରକାମ ସର୍ବାଧିକ ୪୦ ରନ କରିଥିଲେ । କିନ୍ତୁ ସେ ଆଉଟ ହେବା ପରେ ଦଳ ପୁଣି ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଫଳରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୧୮ ରନ ହିଁ କରିପାରିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ, ଜସ ହାଜେଲଉଡ୍ ଓ ଆଡାମ ଜାମ୍ପା ୨ ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ସମ୍ବନ୍ଧିତ ଖବର