ଟି-୨୦ ବିଶ୍ବକପ୍ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆ ୫ ଓ୍ବିକେଟରେ ବିଜୟୀ

ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମ୍ୟାଚ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

ଆବୁଧାବି : ଆବୁଧାବିର ଶେଖ ଜାୟେଦ୍ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଟି-୨୦ ବିଶ୍ବକପର ଏକ ଲିଗ ମ୍ୟାଚରେ ଅଷ୍ଟ୍ରେଲିଆ ଦକ୍ଷିଣ ଆଫ୍ରିକାକୁ ୫ ଓ୍ବିକେଟରେ ପରାସ୍ତ କରିଛି ।

ଦକ୍ଷିଣ ଆଫ୍ରିକା ଦ୍ବାରା ୧୧୯ ରନର ଏକ ଛୋଟିଆ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ଦକ୍ଷିଣ ଆଫ୍ରିକା ବୋଲରଙ୍କ ଶୃଙ୍ଖଳିତ ବୋଲିଂ ଫଳରେ ମ୍ୟାଚ ରୋମାଞ୍ଚକର ସ୍ଥିତିରେ ପହଞ୍ଚିଯାଇଥିଲା । ଶେଷ ଓଭରରେ ଅଷ୍ଟ୍ରେଲିଆ ୮ ରନ ଆବଶ୍ୟକ କରୁଥିବାବେଳେ ୨ଟି ବଲ ବାକି ଥାଇ କଙ୍ଗାରୁ ଦଳ ମ୍ୟାଚ ଜିତିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ଷ୍ଟିଭେନ ସ୍ମିଥ ୩୫ ଓ ଷ୍ଟଇନିସ ଅପରାଜିତ ୨୪ ରନ କରିଥିଲେ ।

ଆଜି ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଆଇଡେନ ମାରକାମଙ୍କ ବ୍ୟତୀତ ଦଳର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ କ୍ରିଜରେ ତିଷ୍ଠି ପାରିନଥିଲେ । ମାରକାମ ସର୍ବାଧିକ ୪୦ ରନ କରିଥିଲେ । କିନ୍ତୁ ସେ ଆଉଟ ହେବା ପରେ ଦଳ ପୁଣି ବ୍ୟାଟିଂ ବିପର୍ଯ୍ୟୟ ସମ୍ମୁଖୀନ ହୋଇଥିଲା । ଫଳରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୧୮ ରନ ହିଁ କରିପାରିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ, ଜସ ହାଜେଲଉଡ୍ ଓ ଆଡାମ ଜାମ୍ପା ୨ ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ସ୍କୋର 

ଦକ୍ଷିଣ ଆଫ୍ରିକା ୧୧୮/୯ (୨୦)

ଅଷ୍ଟ୍ରେଲିଆ ୧୨୧/୫ (୧୯.୪)

ଆଜିର ୨ୟ ମ୍ୟାଚ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ।

ସମ୍ବନ୍ଧିତ ଖବର