ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବୀନ ନିବାସଠାରେ ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡ଼ା ତାରକା ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ କ୍ରୀଡ଼ାବିତ୍ଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚପ୍ରଶଂସା କରି କହିଥିଲେ ଯେ ଅପଣମାନେ ରାଜ୍ୟ ପାଇଁ ଗୌରବ ଆଣି ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି। ଆପଣମାନେ ସାରା ବିଶ୍ୱରେ ଓଡିଶାକୁ ଗୌରବାନ୍ବିତ କରିଛନ୍ତି। ଉଭୟ କ୍ରୀଡ଼ା ତାରକା ଆଗାମୀ ଦିନରେ ଆହୁରି ଅନେକ ସଫଳତା ପାଇବେ ବୋଲି ଏହି ଅବସରରେ ଆଶାପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ ଜୟନ୍ତୀଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭି କେ ପାଣ୍ଡିଆନ ଏବଂ କ୍ରୀଡ଼ା ସଚିବ ଆର ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ।
ଶ୍ରୀୟଙ୍କା ଓ ଜୟନ୍ତୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
Advertisment
Follow Us