ସଂଧ୍ୟା ସୁଦ୍ଧା ୧୨ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଆଜି ସନ୍ଧ୍ୟା ୭ଟା ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏହାସହ ଏହି ସବୁ ଜିଲ୍ଲାରେ କାଳବୈଶାଖୀର ଆଶଙ୍କା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ୯ ତାରିଖରେ କେରଳକୁ ମୌସୁମୀ ଛୁଇଁଥିଲେ ମଧ୍ୟ ଏହା ଓଡ଼ିଶାକୁ ଛୁଇଁବାରେ ବିଳମ୍ବ ହେବ । କାରଣ ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ଛୁଇଁବାରେ ବିଳମ୍ବ କରିପାରେ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

ସମ୍ବନ୍ଧିତ ଖବର