ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୨୫୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨ରେ ପହଞ୍ଚିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଜାରି ତଥ୍ୟ ଅନୁସାରେ ସୁସ୍ଥ ହୋଇଥିବା ୨୫୭୭ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୪୪ ଜଣ, ଯାଜପୁର ଜିଲ୍ଲାରୁ ୧୩୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 2577 Covid patients have recovered and are being discharged on 12.10.2020
244 from Cuttack
137 from Jajapur
124 from Khordha
120 from Baleswar
120 from Sambalpur
114 from Kendrapara
114 from Puri
111 from Sundargarh
108 from Anugul
103 from Bolangir
101 from Mayurbhanj— H & FW Dept Odisha (@HFWOdisha) October 12, 2020
ସେହିପରି ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏଁ, ସୁନ୍ଦରଗଡ଼ରୁ ୧୧୧, ଅନୁଗୁଳରୁ ୧୦୮,ବଲାଙ୍ଗୀରରୁ ୧୦୩, ମୟୁରଭଞ୍ଜରୁ ୧୦୧, ବରଗଡ଼ରୁ ୯୭, ନୂଆପଡ଼ାରୁ ୯୦, ନବରଙ୍ଗପୁରରୁ ୮୧, କେନ୍ଦୁଝରରୁ ୭୪, ଜଗତସିଂହପୁରରୁ ୭୧, ଢେଙ୍କାନାଳରୁ ୬୯ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟପକ୍ଷରେ ଭଦ୍ରକ ଓ ନୟାଗଡ଼ରୁ ୬୭ ଲେଖାଏଁ, ଝାରସୁଗୁଡ଼ାରୁ ୬୨, ମାଲକାନଗିରିରୁ ୫୭, କନ୍ଧମାଳରୁ ୪୯, ସୋନପୁରରୁ ୪୫, କଳାହାଣ୍ଡିରୁ ୩୯, ଗଞ୍ଜାମରୁ ୩୬, ବୌଦ୍ଧରୁ ୩୪,କୋରାପୁଟରୁ ୩୩, ଦେବଗଡ଼ରୁ ୨୩, ରାୟଗଡ଼ାରୁ ୧୯, ଗଜପତିରୁ ୧୩ ଓ ରାଜ୍ୟ ପୁଲରୁ ୧୫୫ ସୁସ୍ଥ ହୋଇଛନ୍ତି ।