ଜୁନ୍ ୧୭ ପରେ ଯେକୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଜୁନ୍ ୧୭ ପରେ ଯେକୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ହେବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ୟୁଜିସି ଗାଇଡଲାଇନକୁ ତଜର୍ମା କରିବା ପରେ ନିଷ୍ପତ୍ତି  ନିଆଯିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ ହେବ, ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ଏନେଇ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ସମସ୍ତ ସୂଚନା ଦିଆଯିବ ବୋଲି ସେ କହିଛନ୍ତି ।

ତାଲାବନ୍ଦ ସମୟରେ ବିପର୍ଯ୍ୟୟକୁ ସୁଯୋଗରେ ପରିଣତ କରିବାକୁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜୁନ ୧୭ ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା । ତେଣୁ ଛାତ୍ରଛାତ୍ରୀ ପାଠପଢାରେ ମନୋନିବେଶ କରନ୍ତୁ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।

ସମ୍ବନ୍ଧିତ ଖବର