ଧାମନଗର ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ପାଇଁ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ବର : ଧାମନଗର ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। ଏହି କମିଟିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଓ ଶରତ ରାଉତ ରହିଛନ୍ତି। ଏହି କମିଟି ଖୁବଶୀଘ୍ର ଧାମନଗର ଗସ୍ତ କରିବା ସ୍ଥାନୀୟ କଂଗ୍ରେସ ନେତୃବୃନ୍ଦ, ଜିଲ୍ଲା କଂଗ୍ରେସ ସଭାପତି, ଜିଲ୍ଲା ସାମ୍ମୁଖ୍ୟ, ପ୍ରକୋଷ୍ଠ ମୁଖ୍ୟ ଓ ସମାଜର ବିଭିନ୍ନ ବର୍ଗର ଲୋକମାନଙ୍କ ସହ ସାକ୍ଷାତ ଆଲୋଚନା କରିବେ। ବିଜୟୀ ସମ୍ଭାବନା ଥିବା ପ୍ରାର୍ଥୀଙ୍କ ନାମ ଆସନ୍ତା ୮ ତାରିଖ ସୁଦ୍ଧା ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାକୁ କୁହାଯାଇଥିବା ପିସିସି ସୂତ୍ରରୁ ଜଣାପଡ଼ିଛି।

ସମ୍ବନ୍ଧିତ ଖବର