‘ବୁଲ୍‌ବୁଲ୍‌’କୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଟ୍ବିଟ୍‌

dharmendra pradhan tweet on bulbul

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ସାହାସର ସହିତ ମୁକାବିଲା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ସେ ଆଜି ଟ୍ବିଟ୍‌ କରି କହିଛନ୍ତି ଯେ ଯୁବପିଢ଼ିମାନେ ଏହି ବିପଦ ସମୟରେ ଲୋକଙ୍କୁ ସାହାଯ୍ୟ ଓ ସହଯୋଗର ହାତ ବଢ଼ାନ୍ତୁ। ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେଣୁ ଏଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସାଧାରଣ ଲୋକେ ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ସତର୍କତାକୁ ମାନନ୍ତୁ। ବିଜେପିର କର୍ମକର୍ତ୍ତାମାନେ ଏଭଳି ସମୟରେ ଲୋକଙ୍କ ସହ ଠିଆ ହୁଅନ୍ତୁ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଶ୍ରୀ ପ୍ରଧାନ ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧିତ ଖବର