ମାର୍କୋଣା ଷ୍ଟେସନରେ ଏକ୍ସପ୍ରେସ ଟ୍ରେନ ରହଣି ପ୍ରସଂଗ : ପଦକ୍ଷେପ ନେବା ପାଇଁ ରେଳବାଇକୁ ନିର୍ଦ୍ଦେଶ

କଟକ : ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ମାର୍କୋଣା ରେଳ ଷ୍ଟେସନରେ ଦ୍ରୁତଗାମୀ ଟ୍ରେନ ରହଣି ପ୍ରସଂଗରେ ୬ ସପ୍ତାହ ମଧ୍ୟରେ ପଦକ୍ଷେପ ନେବା ପାଇଁ ହାଇକୋର୍ଟ ରେଳବାଇକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ. ଜାଭେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶଶିଭୂଷଣ ଜେନା ଓ ଦେବେନ୍ଦ୍ର ପଣ୍ଡା ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧିତ ଖବର