ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୧୯୮ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୬

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୧୧୯୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୧୯୭ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୬୩, ଜଗତସିଂହପୁରରୁ ୫୯, ପୁରୀରୁ ୫୬, ଅନୁଗୁଳରୁ ୫୧, ବାଲେଶ୍ୱରରୁ ୪୧, ଭଦ୍ରକରୁ ୪୦, ମୟୂରଭଂଜରୁ ୩୨, କେନ୍ଦ୍ରାପଡ଼ାରୁ ୨୭ ଓ ଢେଙ୍କାନାଳରୁ ୧୬ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦୁଝରରୁ ୧୪, ସୁନ୍ଦରଗଡ଼ରୁ ୧୩, ରାୟଗଡ଼ାରୁ୧୨, ବୌଦ୍ଧ, ଗଂଜାମ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି, ସମ୍ବଲପୁରରୁ ୫ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, ସୁବର୍ଣ୍ଣପୁର, ନୂଆପଡ଼ାରୁ ୨, ଦେବଗଡ଼ରୁ ଜଣେ ଓ ରାଜ୍ୟପୁଲରୁ ୧୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସମ୍ବନ୍ଧିତ ଖବର