ରାଜ୍ୟରେ ୫ଶହ ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ବର : ରାଜ୍ୟରେ ଲଗାତାର ଦ୍ବିତୀୟ ଦିନ ଲାଗି କରୋନା ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୫ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ଘୋଷଣା କରାଯାଇଛି। ଏଥିରେ ଖୋର୍ଧାରେ ୩ ଓ ନୂଆପଡ଼‌ାରେ ୨ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟରେ ସମୁଦାୟ କରୋନା ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି।

ଅପରପକ୍ଷରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ ମାସ ପରେ ୫ଶହ ତଳକୁ ଖସି ଆସିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧୮ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ୩ଲକ୍ଷ ୧୮ହଜାର ୭୨୫କୁ ବୃଦ୍ଧି ପାଇଛି। ଅପରପକ୍ଷରେ ଆଜି ରାଜ୍ୟରେ ୮୦୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩ଲକ୍ଷ ୧୨ହଜାର ୬୫କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ୪୮୬୮ ଚିକିତ୍ସାଧୀନ ରୋଗୀ ରହିଛନ୍ତି।

ସମ୍ବନ୍ଧିତ ଖବର