ଲଘୁଚାପ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲି ଶ୍ରୀଲଙ୍କା ଉପକୂଳ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ଥିବା ଲଘୁଚାପ ସ୍ପଷ୍ଟଚିହ୍ନିତ ହୋଇ ଓଡ଼ିଶା ଉପକୂଳକୁ ମୁହାଁଉଛି। ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ର ଅନୁସାରେ ଲଘୁଚାପ ଗୋପାଳପୁର ଠାରୁ ୫୮୦ କିଲୋମିଟର ଦୂରରେ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାର ଅଧକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଏହି ଲଘୁଚାପର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବା ସହ ୪୦ରୁ ୪୫ କିଲୋମିଟର ବେଗରେ ପବନ ବହିବ ବୋଲି ସୂଚନା ମିଳିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାଲାଗି ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର