ସନ୍ଧ୍ୟା ସୁଦ୍ଧା ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ରାଜ୍ୟର ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟାରେ ରାଜ୍ୟର ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଏହା ସହ କାଳବୈଶାଖୀର ଆଶଙ୍କା ରହିଥିବା  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ହୋଇଛି । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, କେନ୍ଦୁଝର, କନ୍ଧମାଳ ଏବଂ  ବୌଦ୍ଧ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ଆଶଙ୍କା ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

ସମ୍ବନ୍ଧିତ ଖବର